ଉମରକୋଟ- ନବରଙ୍ଗପୁର ଜିଲ୍ଲାର ଉମରକୋଟ ଅତିରିକ୍ତ ଥାନା ଅଧିକାରୀ ଲିମରାଜ ପ୍ରଧାନଙ୍କୁ ଡିଜିପି ନିଲମ୍ବିତ କରିଛନ୍ତି। ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ ଲିମରାଜ ପ୍ରଧାନ ।
ଗୋଟିଏ ପୁରୁଣା ମାମଲାକୁ ରଫାଦଫା କରିବାକୁ ଜଣେ ବ୍ୟକ୍ତିଙ୍କ ଠାରୁ ଲିମରାଜ ପ୍ରଧାନ ଲାଞ୍ଚ ନେଉଥିଲେ। ଟଙ୍କା ନେଇ ଦୌଡ଼ି ପଳାଇ ଯାଉଥିବା ବେଳେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଥିଲା ଭିଜିଲାନ୍ସ ଟିମ୍। ନଳିନୀକାନ୍ତ ନାୟକ ଙ୍କ ଅଭିଯୋଗ କ୍ରମେ ନବରଙ୍ଗପୁର ଓ ମାଲକାନଗିରି ଭିଜିଲାନ୍ସ ବିଭାଗ ମିଳିତ ଭାବେ ଉମରକୋଟ ଥାନା ନିକଟରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଲିମରାଜ ପ୍ରଧାନଙ୍କୁ ଧରିବାକୁ ଉଦ୍ୟମ କରିଥିଲେ । ସେ ଦୌଡ଼ି ଖସି ଯିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ମାଲକାନଗିରି ଭିଜିଲାନ୍ସ ଡିଏସପି ସୁଶାନ୍ତ କୁମାର ବିଶ୍ଵାଳ ତାଙ୍କୁ ଗୋଡେଇ କିଛି ସମୟର ଧସ୍ତାଧସ୍ତି ପରେ କାବୁ କରିବାରେ ସଫଳ ହୋଇଥିଲେ। ଏହି ଚଢ଼ାଉରେ ବେଳେ ନବରଙ୍ଗପୁର, ମାଲକାନଗିରି ଓ ଜୟପୁର ଭିଜିଲାନ୍ସ ବିଭାଗର ୧୪ ଜଣିଆ ଟିମ୍ ସାମିଲ ଥିଲେ। ପ୍ରଧାନଙ୍କୁ ଗିରଫ କରି ନବରଙ୍ଗପୁର ନିଆଯାଇ କୋର୍ଟ ଚାଲାଣ କରାଯାଇଛି।
Comments are closed.