ସସ୍ମିତ ପାତ୍ରଙ୍କୁ ରାଜ୍ୟସଭାରେ ବିଜେଡିର ନେତା ନିଯୁକ୍ତ କଲେ ସୁପ୍ରିମୋ ନବୀନ ପଟ୍ଟନାୟକ | News Room Odisha

ସସ୍ମିତ ପାତ୍ରଙ୍କୁ ରାଜ୍ୟସଭାରେ ବିଜେଡିର ନେତା ନିଯୁକ୍ତ କଲେ ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର – ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ସାଂସଦ ସସ୍ମିତ ପାତ୍ରଙ୍କୁ ରାଜ୍ୟସଭାରେ ଦଳର ନେତା ଭାବରେ ନିଯୁକ୍ତ କରିଛନ୍ତି। ଡକ୍ଟର ସସ୍ମିତ ପାତ୍ର ଲଗାତର ଦ୍ୱିତୀୟ ଥର ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି । ରାଜ୍ୟସଭାକୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିବା ସୁଲତା ଦେଓଙ୍କୁ ରାଜ୍ୟସଭା ସଂସଦୀୟ ଦଳର ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ।