ଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ ଓଡ଼ିଶା ବିଧାୟକ

ନୂଆଦିଲ୍ଲୀ – ଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି ଓଡ଼ିଶା ବିଧାୟକ । ରାଷ୍ଟ୍ରପତିଙ୍କୁ ଭେଟି ଅଭିନନ୍ଦନ ଜଣାଇବା ସହ ରାଜ୍ୟର ବିକାଶଧାରାକୁ ଆଗକୁ ନେବାକୁ ତାଙ୍କର ସହଯୋଗ ଲୋଡ଼ିଛନ୍ତି ବିଧାୟକ । ବିଧାୟକମାନେ ଓଡ଼ିଶା ବିଧାନସଭା ପକ୍ଷରୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ, ରୁପା ନିର୍ମିତ ଜଗନ୍ନାଥଙ୍କ ମୂର୍ତ୍ତି, ଓଡ଼ିଶାର କଳା ସଂସ୍କୃତି ଉପରେ ଅନେକ ଚିତ୍ର ରାଷ୍ଟ୍ରପତିଙ୍କୁ ଉପହାର ସ୍ବରୂପ ଦିଆଯାଇଛି ।

ବାଚସ୍ପତିଙ୍କ ନେତୃତ୍ବରେ ୨୬ ଜଣିଆ ବିଧାୟକ ଦଳ ଦିଲ୍ଲୀ ଯାଇଛନ୍ତି । ବିଜେଡିର ୧୫, ବିଜେପିର ୬, କଂଗ୍ରେସର ୩ ଓ ସିପିଆଇଏମର ଜଣେ ବିଧାୟକ ରାଷ୍ଟ୍ରପତିଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି। ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ପ୍ରଥମ ଆଦିବାସୀ ମହିଳା ଭାବେ ଗତମାସରେ ରାଷ୍ଟ୍ରପତି ନିର୍ବାଚିତ ହୋଇଥିଲେ।

Comments are closed.