ଆଇଏଏସ ସ୍ତରରେ ଅଦଳବଦଳ, ବିଷ୍ଣୁପଦ ସେଠୀ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ, କୃଷି ବିଭାଗ ସମ୍ଭାଳିବେ ଅରବିନ୍ଦ ପାଢ଼ୀ

ଭୁବନେଶ୍ୱର – ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବିଷ୍ଣୁପଦ ସେଠୀଙ୍କୁ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହ ସେ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ଦାୟିତ୍ବରେ ରହିବେ।

ଏଣେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଅରବିନ୍ଦ ପାଢୀ
କୃଷି ବିଭାଗର ପ୍ରମୁଖ ସଚିବ ନିଯୁକ୍ତ ହୋଇଛନ୍ତି। ଅରବିନ୍ଦ ମତ୍ସ୍ୟ ଓ ପଶୁପାଳନ ବିଭାଗର ଅତିରିକ୍ତ ଦାୟିତ୍ବ ତୁଲାଇବେ । ସଞ୍ଜୟ କୁମାର ସିଂହ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ନିଯୁକ୍ତ ହୋଇଥିବା ବେଳେ ସୂଚନା ଓ ଲୋକସମ୍ପର୍କ ବିଭାଗର ଦାୟିତ୍ବ ବି ତାଙ୍କ ପାଖରେ ରହିବ । ଏହାଛଡା ସେ ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣର ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା
ଅସ୍ୱାଥା. ଏସ ହୋଇଛନ୍ତି ଗଣଶିକ୍ଷା ବିଭାଗ ସଚିବ ।

Comments are closed.