କାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ, ୭ରେ ନୀତି ଆୟୋଗ ବୈଠକରେ ହେବେ ସାମିଲ

ଭୁବନେଶ୍ୱର – ଆସନ୍ତାକାଲି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତା ୭ ତାରିଖରେ ବସିବାକୁ ଥିବା ନୀତି ଆୟୋଗ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ। ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟ ସ୍ୱାର୍ଥ ସମ୍ବଳିତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇବେ । ବିଶେଷକରି ଓଡ଼ିଶାକୁ ଫୋକସ ଷ୍ଟେଟ ମାନ୍ୟତା ଦାବି ଉଠାଇବେ ମୁଖ୍ୟମନ୍ତ୍ରୀ । ଏହା ସହିତ କେନ୍ଦ୍ର ବକେୟା ଅର୍ଥ ଦେବାକୁ ଦାବି ଦୋହରାଇବେ ମୁଖ୍ୟମନ୍ତ୍ରୀ।

ରେଳ, ଟେଲିକମ୍ ଏବଂ ଗ୍ରାମାଞ୍ଚଳରେ ବ୍ୟାଙ୍କିଂ କ୍ଷେତ୍ରକୁ ସୁଦୃଢ଼ କରିବାକୁ ଦାବି ରଖିବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ସପ୍ତମ ପରିଷଦ ବୈଠକ ବସିବ । ଗତ ସପ୍ତାହରେ ନୀତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ।

Comments are closed.