ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା | News Room Odisha

ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା

ଭୁବନେଶ୍ୱର – ଆସନ୍ତାକାଲିଠୁ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ । ଆସନ୍ତା ୬ ତାରିଖରେ ଦକ୍ଷିଣ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୭ ତାରିଖରେ ବର୍ଷାର ବିସ୍ତୃତି ଏବଂ ପରିମାଣ ବଢିବ । ୪ଟି ଜିଲ୍ଲାରେ ଅତି ପ୍ରବଳ ଓ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଦିଆଯାଇଛି ।

୫ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ, ୬ ତାରିଖ ସକାଳଠାରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁରର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୭ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ । ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଧା, ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।