ଖାଲିଥିବା ବିଭିନ୍ନ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର – ରାଜ୍ୟ ସରକାରଙ୍କ ଅଧିନସ୍ଥ ବିଭିନ୍ନ କ୍ୟାଡରରେ ଖାଲିଥିବା ପଦବୀ ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନରେ ଅନୁଷ୍ଠିତ ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ହୋଇଥିଲା । ବୈଠକରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର ବିଭିନ୍ନ ସରକାରୀ ପଦବୀ ନିମନ୍ତେ କମିସନମାନଙ୍କ ମାଧ୍ୟମରେ ହେଉଥିବା ଚୟନ ଓ ନିଯୁକ୍ତି ପ୍ରକ୍ରିୟା ସଂପର୍କିତ ବିଷୟ ଆଲୋଚନା ଉପସ୍ଥାପନ କରିଥିଲେ।

କୋଭିଡ-ପରବର୍ତ୍ତୀ ସ୍ଥିତିରେ ରାଜ୍ୟ ସରକାର ବିଭିନ୍ନ ପଦବୀ ନିମନ୍ତେ ଦରଖାସ୍ତ ଓ ପରୀକ୍ଷା ଫି’ ଛାଡ଼ କରିଛନ୍ତି। ୨୦୨୧, ୨୦୨୨ ଏବଂ ୨୦୨୩ ଏହି ତିନି ବର୍ଷ ପାଇଁ ସରକାରୀ ଚାକିରି ପ୍ରବେଶ ବୟସ ସୀମା ମଧ୍ୟ ୩୨ରୁ ୩୮କୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସଂରକ୍ଷିତ ଶ୍ରେଣୀ ଅନ୍ତର୍ଭୁକ୍ତ ବର୍ଗମାନଙ୍କ ପାଇଁ ମଧ୍ୟ ନିୟମ ଅନୁସାରେ ବୟସସୀମା କୋହଳ କରାଯାଇଛି।

Comments are closed.