ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର – ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନରେ ଦିଲ୍ଲୀରେ ପହଞ୍ଚିବା ପରେ ରାଷ୍ଟ୍ରପତି ଭବନରେ ହେବାକୁ ଥିବା ସ୍ବାଧୀନତାର ଅମୃତ ମହୋତ୍ସବ ଜାତୀୟ କମିଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ନୀତି ଆୟୋଗ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଏହି ବୈଠକରେ ରାଜ୍ୟ ସ୍ବାର୍ଥ ସମ୍ବଳିତ ଏକାଧିକ ପ୍ରସଙ୍ଗ ଉପସ୍ଥାପନା କରିବେ । ଅଗଷ୍ଟ ୮ ତାରିଖ ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରିବା କାର୍ଯ୍ୟକ୍ରମ ରହିଛି ।

Comments are closed.