ନୀତି ଆୟୋଗ ବୈଠକରେ ଓଡ଼ିଶାକୁ ସ୍ଵତନ୍ତ୍ର ଫୋକସ ରାଜ୍ୟ ମାନ୍ୟତା ଦାବି ରଖିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ – ନୀତି ଆୟୋଗର ଗଭର୍ଣ୍ଣିଂ କାଉନସିଲ ବୈଠକରେ ଓଡ଼ିଶାକୁ ସ୍ବତନ୍ତ୍ର ଫୋକସ ରାଜ୍ୟ ମାନ୍ୟତା ଦାବି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ପ୍ରତିବର୍ଷ ପ୍ରାକୃତିକ ବିପର୍ଯ୍ୟର ସାମ୍ନା କରୁଛି । ତେଣୁ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପାଇଁ ଓଡ଼ିଶାକୁ ସ୍ୱତନ୍ତ୍ର ପାଣ୍ଠି ଦାବି ଜରୁରୀ ବୋଲି କହି ଦାବି ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାଛଡା ଟେଲିକମ୍ ବ୍ୟାଙ୍କିଙ୍ଗ୍ କ୍ଷେତ୍ରରେ ଓଡ଼ିଶା ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମଧ୍ୟ ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ । ରେଲୱେ କ୍ଷେତ୍ରରେ ରାଜ୍ୟକୁ ସ୍ବତନ୍ତ୍ର ଧ୍ୟାନ ସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ କେନ୍ଦ୍ରର ଦୃଷ୍ଟି ଆକର୍ଷଣ କରିଛନ୍ତି ନବୀନ। ସେ କହିଛନ୍ତି ଯେ, ଅଧିକାଂଶ ଆଦିବାସୀ ଓ କେବିକେ ଜିଲ୍ଲା ପିଏମଏୱଇରୁ ବଞ୍ଚିତ ରହିଛନ୍ତି । ଏଏସଆଇ ଓ ଏଏମଏସଏଆରର ରୂପାନ୍ତରଣ ପ୍ରସଙ୍ଗ ମଧ୍ୟ ବୈଠକରେ ଉଠାଇଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.