ଆଜି ଅପରାହ୍ନରେ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ | News Room Odisha

ଆଜି ଅପରାହ୍ନରେ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ବର – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ବିଦ୍ୟାଳୟଗୁଡ଼ିକର ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ କରାଯିବ। ଏହାପରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍‌ରେ ସେମାନଙ୍କ ଫଳ ଜାଣିପାରିବେ। ଛାତ୍ରଛାତ୍ରୀ ନିଜର ରୋଲ୍‌ ନମ୍ବର ଦାଖଲ କରି ରେଜଲ୍ଟ ଜାଣିପାରିବେ। ଏଥିସହ ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷାର୍ଥୀ ଫଳ ପାଇପାରିବେ।

ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ବିଭାଗରେ ୨ ଲକ୍ଷ ୩୭ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କଳା ବିଭାଗରେ ୨ ଲକ୍ଷ ୧୩ ହଜାର ଓ ଧନ୍ଦାମୂଳକରେ ୨୪‌ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।