ସିନ୍ଧୁଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡାରେ ସଟଲର ପି.ଭି ସିନ୍ଧୁ ମହିଳା ସିଙ୍ଗଲସରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସିନ୍ଧୁ ତାଙ୍କ କ୍ରୀଡା କ୍ୟାରିୟରରେ ଆହୁରି ସଫଳତାର ସୋପାନ ଚଢନ୍ତୁ ବୋଲି କହି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଭବିଷ୍ୟତରେ ତାଙ୍କ ସଫଳତା କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.