ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଭାବେ ଦାୟିତ୍ଵ ନେଲେ ଏସ୍ . ଆଶ୍ବଥୀ

ଭୁବନେଶ୍ୱର: ଆଜି ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧ୍ୟାରୀ ଏସ୍ . ଆଶ୍ଵଥୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି । ଦାୟିତ୍ଵ ନେବା ପରେ ଶାସନ ସଚିବ ଏସ୍ . ଆଶ୍ଵଥୀ ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ତାଙ୍କ ଲୋକସେବା ଭବନସ୍ଥିତ ପ୍ରକୋଷ୍ଠରେ ସାକ୍ଷାତ କରିଥିଲେ । ଏହି ସାକ୍ଷାତ ସମୟରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଉପେନ୍ଦ୍ର ତ୍ରିପାଠୀ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ର ଉପସ୍ଥିତ ଥିଲେ ।

ମନ୍ତ୍ରୀ ଶ୍ରୀ ଦାଶଙ୍କ ସହ ବିଭାଗ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ , ଯୋଜନା ଆଦି ବାବଦରେ ସେ ଆଲୋଚନା କରିଥିଲେ । ବିଭାଗକୁ ଅଧିକ କ୍ରିୟାଶୀଳ କରି ଶିକ୍ଷା କ୍ଷେତ୍ରରେ ରାଜ୍ୟକୁ ଏକ ଉଚ୍ଚତର ସୋପାନକୁ ନେବା ପାଇଁ ମନ୍ତ୍ରୀ ଶ୍ରୀ ଦାଶ ଶାସନ ସଚିବଙ୍କୁ ପରାମର୍ଶ ଦେଇଥିଲେ ।

ଏହି ସୌହାର୍ଦ୍ଦପୂର୍ଣ୍ଣ ସାକ୍ଷାତ ସମୟରେ ବିଭାଗରେ କାର୍ଯ୍ୟକାରୀ ହେବାକୁ ଥିବା ପ୍ରମୁଖ ଯୋଜନା ସମ୍ବନ୍ଧରେ ଆଲୋଚନା କରାଯାଇଥିଲା ।

Comments are closed.