ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା, ୯ ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର – ଛତିଶଗଡ ମୁହାଁଇଛି ସକ୍ରିୟ ଅବପାତ । ଆଜି ଏହା ଦୁର୍ବଳ ହୋଇ ସୁଦୃଶ୍ୟ ଅବପାତ ପରିଣତ ହେବ । ଏହା ପ୍ରଭାବରେ ରାଜ୍ୟର ୧୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୯ ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଅବପାତ ପ୍ରଭାବରେ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଉତ୍ତରପଶ୍ଚିମ ତଥା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିମି ରହିବ । ତେଣୁ ଆସନ୍ତା ୧୧ ତାରିଖ ଯାଏ ସମୁଦ୍ର ଭିତରକୁ ପ୍ରବେଶ ନ କରିବାକୁ ପରାମର୍ଶ ଦିଆଯାଇଛି । ପାଣିପାଗ କେନ୍ଦ୍ର ଆହୁରି କହିଛି ଯେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଯାଇଛି ।

ଫଳରେ କିଛି କିଛି ସ୍ଥାନରେ ମୌସୁମୀଜନିତ ବର୍ଷା ମଧ୍ୟ ଜାରି ରହିଛି । ଆଜି ମଧ୍ୟ ରାଜ୍ୟରେ ଲଘୁଚାପର ପ୍ରଭାବ ରହିବ। ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ବର ଓ ବରଗଡ଼ ଆଦି ଜିଲ୍ଲାରେ ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ନୂଆପଡ଼ା, ସୋନପୁର, ବଲାଙ୍ଗୀର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ଜଗତସିଂହପୁର ଆଦି ଜିଲ୍ଲା‌‌ରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ୟେଲୋୱାର୍ଣ୍ଣିଂ ଜାରି ହୋଇଛି ।

Comments are closed.