ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ | News Room Odisha

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ

ବରଗଡ : ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଡୁଙ୍ଗୁରିପାଲି- ବୁଟୁରାଖମାର ରାସ୍ତାରେ ଏକ ସଡକ ଦୁର୍ଘଟଣା ଘଟିଛି । ଏଥିରେ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ନିଳାମ୍ବର ସୁନା ( ୪୦ ) ।

ପୋଲିସ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ନିଳାମ୍ବର ବାଇକରେ ଆସୁଥିବା ବେଳେ ତାରବାଡ଼ରେ ଧକ୍କା ହୋଇଥିଲେ ଫଳରେ ଘଟଣା ସ୍ଥଳରେ ତାଙ୍କ ମୃତ୍ୟ ହୋଇଥିଲା । ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଦ୍ମପୁର ହସ୍ପିଟାଲ ପଠାଇଛି । ଏ ନେଇ ପାଇକମାଲ ଥାନାରେ ଏକ ମାମଲା ରୁଜୁ କରି ପୁଲିସ ତଦନ୍ତ ଆରମ୍ଭ କରିଛି ।