ଆଜି ଲଘୁଚାପ, ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା | News Room Odisha

ଆଜି ଲଘୁଚାପ, ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ବର -ପଶ୍ଚିମ ମିଆଁମାର ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ପୂର୍ବାହ୍ନ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିଯୋଗୁଁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ବ୍ରାହ୍ମଣୀ, ସୁବର୍ଣ୍ଣରେଖା, ଇବ୍‌ ଓ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ହୋଇଛି । ସେହିଭଳି ଉପର ମୁଣ୍ଡରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଥିବାରୁ ମହାନଦୀରେ ମଧ୍ୟମଧରଣର ବନ୍ୟା ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି।

ଆଜିଠାରୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି।