ଆଜି ଅବପାତରେ ପରିଣତ ହେବ ଲଘୁଚାପ, ବଢିବ ବର୍ଷାର ପ୍ରକୋପ

ଭୁବନେଶ୍ୱର – ଘନୀଭୂତ ହେଉଥିବା ଲଘୁଚାପ ଆଜି ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା କରିଛି ପାଣିପାଗ ବିଭାଗ ।

ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି । ଭୁବନେଶ୍ୱର ଓ କଟକରେ ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଓଡ଼ିଶାର ପ୍ରାୟ ସମସ୍ତ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ଝଡ଼ ପବନ ଆଶଙ୍କା ମଧ୍ୟ ରହିଛି । ସମୁଦ୍ର ଆଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି । ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର ।

Comments are closed.