ଯୁକ୍ତ ଦୁଇରେ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା | News Room Odisha

ଯୁକ୍ତ ଦୁଇରେ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର – ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏକାଦଶ ବା ଯୁକ୍ତ ୨ ପ୍ରଥମ ବର୍ଷ ଶ୍ରେଣୀରେ ନାମଲେଖା ଲାଗି ଆଜି ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ତଥା କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ତାଲିକା ପ୍ରକାଶ ପାଇବ । ଛାତ୍ରଛାତ୍ରୀ କେଉଁ କଲେଜରେ ପଢ଼ିବା ଲାଗି ଯୋଗ୍ୟତା‌ ଅର୍ଜନ କରିଛନ୍ତି, ସେ ସମ୍ପର୍କରେ ଜାଣିପାରିବେ।

ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ଏହିମାସ ୧୯ରୁ ୨୫ ତାରିଖ ମଧ୍ୟରେ ହେବ। ଚଳିତବର୍ଷ ୨ ହଜାର ୬୫ କଲେଜର ୫ ଲକ୍ଷ ୭ ହଜାର ୫୦୨ ସିଟ୍‌ ପାଇଁ ୫ ଲକ୍ଷ ୭ ହଜାର ୯୩୫ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୭୫ ହଜାର ୯୯୦ ଜଣ ଅନ୍‌ଲାଇନ୍‌ରେ ଆବେଦନ କରିଥିବା ବେଳେ ୪ ଲକ୍ଷ ୭୧ ହଜାର ୩୨୪ ଜଣ ଅନ୍‌ଲାଇନ୍‌ରେ ଫି’ ଦାଖଲ କରିଛନ୍ତି। ନାମଲେଖା ନେଇ ଆଜି ନିର୍ଦ୍ଦେଶାଳୟ ପକ୍ଷରୁ ସ୍ବତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରାଯାଇଛି।