ମଧ୍ୟମ ଧରଣର ବନ୍ୟାରେ ୬ ଜିଲ୍ଲା ପ୍ରଭାବିତ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର – ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି । ସମୀକ୍ଷା ବୈଠକ ପରେ ମଧ୍ୟମ ଧରଣର ବନ୍ୟା ଆସିଥିବା କହିଛନ୍ତି ରାଜସ୍ୱ ମନ୍ତ୍ରୀ । କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ଯାଜପୁର ଜିଲ୍ଲା ପ୍ରଭାବିତ ହୋଇଛି ବୋଲି ସେ କହିଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ,ପରିସ୍ଥିତି ଦେଖି ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି ।ଉଦ୍ଧାର କାମ ସହ ଘାଇ ଓ ଘଳିଆ ମରାମତି କରିବାକୁ ବ୍ୟବସ୍ଥା ହୋଇଥିବା ସେ ସୂଚନା ଦେଇଛନ୍ତି।

Comments are closed.