ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି: ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି। ଏହି ଲଘୁଚାପ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ମଧ୍ୟ ରହିଛି ।

ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଥିବା ବେଳେ କୁହାଯାଇଛି କି, ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତାହା ସହ ଆସନ୍ତାକାଲି ରାଜ୍ୟରେ ଏହାର ସର୍ବାଧିକ ପ୍ରଭାବ ଦେଖାଦେବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଦିଆଯାଇଛି । ୨୦ ତାରିଖରେ ପଶ୍ଚିମ ଓଡି଼ଶାରେ ମଧ୍ୟ ଅତିପ୍ରବଳ ବର୍ଷା ହେବା ନେଇ କୁହାଯାଇଛି ।

Comments are closed.