ଗଭୀର ଅବପାତର ପ୍ରଭାବ: ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ୱର – ଗଭୀର ଅବପାତ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା,ପବନ ଜାରି ରହିଛି। ବିଶେଷ କରି ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ପବନ ଜାରି ରହିଛି। ଗତକାଲି ସଂଧ୍ୟାଠୁ ବର୍ଷା ଆରମ୍ଭ ହୋଇଯାଇଥିଲା।

ବାରିପଦାଠୁ ବର୍ତ୍ତମାନ ୩୦ କିଲୋମିଟର ଦୂରରେ ଗଭୀର ଅବପାତ କେନ୍ଦ୍ରୀଭୂତ ରହିଛି। ଏଣେ ଛତିଶଗଡ଼ ପାଇଁ ରେଡ୍‌ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ।

ସେପଟେ ପ୍ରବଳ ବର୍ଷାକୁ ଦେଖି ଆଜି ଭଦ୍ରକ ଜିଲ୍ଲାର ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ପ୍ରବଳ ବର୍ଷା ପାଇଁ ଜିଲ୍ଲାର ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡି କେନ୍ଦ୍ରକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଛି ଜିଲ୍ଲା ପ୍ରଶାସନ। ତେବେ ସ୍କୁଲରେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ରହିବେ ବୋଲି କୁହାଯାଇଛି।

ପ୍ରବଳ ବର୍ଷା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡିକୁ ବନ୍ଦ ଘୋଷଣା କରିଛି କେନ୍ଦୁଝର ଜିଲ୍ଲା ପ୍ରଶାସନ। ସ୍କୁଲରେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେବା ପରେ କେନ୍ଦୁଝର ଜିଲ୍ଲା ଶିକ୍ଷାଧିକାରୀ ଏହି ନିଷ୍ପତ୍ତି ନେଇଛନ୍ତି।

Comments are closed.