ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବନ୍ୟା ନିଶ୍ଚିତ: ଏସ୍‌ଆର୍‌ସି

ଭୁବନେଶ୍ୱର – ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବନ୍ୟା ନିଶ୍ଚିତ ହେବ ଓ ବନ୍ୟାର ପ୍ରକୋପ ଟିକେ ଅଧିକ ରହିବ ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା କହିଛନ୍ତି।

ସେ କହିଛନ୍ତି, ମୟୂରଭଞ୍ଜ, ବାଲେଶ୍ଵର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଝାଡ଼ଖଣ୍ଡରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବାରୁ ବର୍ତ୍ତମାନ ଗାଲୁଡ଼ିହି ବ୍ୟାରେଜରୁ ୧୬ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଫଳରେ ସୁବର୍ଣ୍ଣରେଖା ନଦୀରେ ସେକେଣ୍ଡକୁ ପ୍ରାୟ ୫ ଲକ୍ଷ କ୍ୟୁସେକ୍ ପାଣି ଆସୁଛି। ତେଣୁ ସୁବର୍ଣ୍ଣରେଖା ଅବବାହିକାରେ ନିଶ୍ଚିତ ବନ୍ୟା ହେବ ବୋଲି କହିଛନ୍ତି ଏସଆରସି । ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଓ ବାଲେଶ୍ୱରକୁ ୫୮ଟି ଅତିରିକ୍ତ ରେସ୍‌କ୍ୟୁ ଟିମ୍ ପଠାଯାଇଛି। ବନ୍ୟାରେ ଯେମିତି କାହାରି ଜୀବନ ନଯିବ, ତାହା ରାଜ୍ୟ ସରକାରଙ୍କ ପ୍ରାଥମିକତା ବୋଲି ଏସଆରସି କହିଛନ୍ତି।

ସୁବର୍ଣ୍ଣରେଖା ଅବବାହିକାରେ ବନ୍ୟା ନିଶ୍ଚିତ ହୋଇଥିବା ବେଳେ ମହାନଦୀ ସିଷ୍ଟମରେ ଆଉ ବନ୍ୟା ସ୍ଥିତି ଅଧିକ ହେବନି ବୋଲି କହିଛନ୍ତି ଏସ୍‌ଆରସି ।

Comments are closed.