ବନ୍ୟା ପରିଚାଳନା ପାଇଁ ବାଲେଶ୍ବର ଜିଲ୍ଲାପାଳଙ୍କୁ ଏସଆରସି କ୍ଷମତା | News Room Odisha

ବନ୍ୟା ପରିଚାଳନା ପାଇଁ ବାଲେଶ୍ବର ଜିଲ୍ଲାପାଳଙ୍କୁ ଏସଆରସି କ୍ଷମତା

ଭୁବନେଶ୍ୱର – ସୁବର୍ଣ୍ଣରେଖା ନଦୀ ଅବବାହିକାରେ ବନ୍ୟା ନିଶ୍ଚିତ ବୋଲି ସ୍ପଷ୍ଟ ହେବା ପରେ ଏହାର ମୁକାବିଲା ପାଇଁ ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇଛି । ବନ୍ୟା ପରିଚାଳନା ପାଇଁ ବାଲେଶ୍ୱର ଜିଲ୍ଲାପାଳଙ୍କୁ ଏସଆରସି କ୍ଷମତା ଦିଆଯାଇଛି। ବାଲେଶ୍ୱର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର କ୍ଷମତା ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସୁବର୍ଣ୍ଣରେଖାରେ ବଡ଼ ଧରଣର ବନ୍ୟା ଆଶଙ୍କାରେ ନିଆଯାଇଛି ଏହି ପଦକ୍ଷେପ । ଉଦ୍ଧାର କାର୍ଯ୍ୟରେ ସ୍ୱତନ୍ତ୍ର ହେଲିକପ୍ଟରର ବ୍ୟବହାର ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୁବର୍ଣ୍ଣରେଖାରେ ବନ୍ୟା ଯୋଗୁଁ ବାଲେଶ୍ବର ଓ ମୟୂରଭଞ୍ଜ ଅଧିକ ପ୍ରଭାବିତ ହେବା ଆଶଙ୍କା ରହିଛି।