ମହଜୁଦକାରୀ ଓ ଦର ବୃଦ୍ଧି କରୁଥିବା ବ୍ୟବସାୟୀଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର – ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ବେଳେ ଜାଣିଶୁଣି ଦରଦାମ ବୃଦ୍ଧି କରୁଥିବା ବ୍ୟବସାୟୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତେଇ ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି। ଦରଦାମ ବୃଦ୍ଧି ଏକ ଜାତୀୟ ପ୍ରସଙ୍ଗ। କିନ୍ତୁ ବନ୍ୟାକୁ ଦେଖି ଯେଉଁମାନେ ହୋର୍ଡିଙ୍ଗ କରୁଛନ୍ତି ଓ ଦରଦାମ ବୃଦ୍ଧି କରୁଛନ୍ତି ସେମାନଙ୍କ ଉପରେ ନଜର ରଖିବାକୁ ବିଭାଗର ଗୁଇନ୍ଦା ଶାଖା ଓ ଜିଲ୍ଲା ପ୍ରଶାସନକୁ ନିର୍ଦେଶ ଦିଆଯାଇଛି। ଯେଉଁମାନେ ହୋର୍ଡର୍ସ ଅଛନ୍ତି ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାର ବ୍ୟବସ୍ଥା ଆମର ରହିଛି ବୋଲି ମନ୍ତ୍ରୀ କହିଛନ୍ତି।

Comments are closed.