ଭୁବନେଶ୍ୱର – ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ବର୍ଷାର ପରିମାଣ ବଢିପାରେ । ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ ମିଲିମିଟର ଯାଏଁ ବର୍ଷା ହୋଇପାରେ।
ପାରାଦ୍ୱୀପ ରାଡାରରୁ ମିଳୁଥିବା ତଥ୍ୟ ଅନୁଯାୟୀ ଜଗତସିଂହପୁର, କେନ୍ଦ୍ରାପଡ଼ା ସମେତ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ଲାଗିରହିଥିବା ବେଳେ ଆଉ କିଛି ଉପକୂଳ ଅଞ୍ଚଳକୁ ଏହି ବର୍ଷା ବିସ୍ତାର କରିବାର ସମ୍ଭାବନା ରହିଛି । ପୂର୍ବ-କେନ୍ଦ୍ରୀୟ ଏବଂ ମିଆଁମାର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ହୋଇଛି ।