ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଆଉ ୬ ମାସ ବୃଦ୍ଧି

ଭୁବନେଶ୍ବର- କେନ୍ଦ୍ର ସରକାର ଓଡ଼ିଶାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଆଉ ୬ ମାସ ପାଇଁ ବୃଦ୍ଧି କରିଛନ୍ତି। ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ବୃଦ୍ଧି କରିବା ପାଇଁ ଓଡ଼ିଶା ସରକାର ଭାରତ ସରକାରଙ୍କୁ ଏହିମାସ ୧୦ ତାରିଖରେ ଚିଠି ଲେଖି ପ୍ରସ୍ତାବ ଦେଇଥିଲେ । କେନ୍ଦ୍ର ସରକାର ସେହି ପ୍ରସ୍ତାବକୁ ମଞ୍ଜୁରି ଦେଇ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଚାକିରି କାଳ ଆଉ ୬ ମାସ ପାଇଁ ବୃଦ୍ଧି କରିଛନ୍ତି।

ପରିବର୍ଦ୍ଧିତ କାର୍ଯ୍ୟକାଳ ଅନୁସାରେ, ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ସୁରେଶ ମହାପାତ୍ର ୨୦୨୨ ସେପ୍ଟେମ୍ବର ପହିଲାରୁ ୨୦୨୩ ଫେବ୍ରୁଆରି ୨୮ ପର୍ଯ୍ୟନ୍ତ କାର୍ଯ୍ୟନିର୍ବାହ କରିବେ।

Comments are closed.