ସୋନପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଟୋକୁ ପିଟିଲା କାର୍: ୩ ଜଣଙ୍କ ମୃତ୍ୟୁ, ୬ ଗୁରୁତର | News Room Odisha

ସୋନପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଟୋକୁ ପିଟିଲା କାର୍: ୩ ଜଣଙ୍କ ମୃତ୍ୟୁ, ୬ ଗୁରୁତର

ସୁବର୍ଣ୍ଣପୁର: ଜାତୀୟ ରାଜପଥ ୫୭ ସୋନପୁର ଜିଲ୍ଲାର ଖାରି ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଆଜି ସକାଳେ ଏହି ଅଭାବନୀୟ ଘଟଣା ଘଟିଛି।

ଖବର ଅନୁଯାୟୀ, ସୋନପୁର ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ଖାରି ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ଅଟୋ ଯାତ୍ରୀଙ୍କୁ ନେଇ ବଲାଙ୍ଗୀର ପଟୁ ସୋନପୁର ଆସିଥିବା ବେଳେ ଏକ କାର୍‌ ସୋନପୁର ଆଡ ଆସୁଥିଲା । ଏହା ସମୟରେ ଉଭୟ ଗାଡି ନିଜ ନିଜର ନିୟନ୍ତ୍ରଣ ହରାଇ ମୁହାଁ ମୁହାଁ ଧକ୍କା ହୋଇଥିଲେ । ଯାହାଫଳରେ ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଦୁର୍ଘଟଣାଗ୍ରସ୍ତ କାର୍‌ଟି ଜଣେ ପୋଲିସ ଅଧିକାରୀଙ୍କୁ ବୋଲି ସୂଚନା ମିଳିଛି । କିନ୍ତୁ ଏବେ ଯାଏଁ କିଛି ସ୍ପଷ୍ଟ ତଥ୍ୟ ମିଳିନାହିଁ ।