ଠକେଇ ମାମଲାରେ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ସର୍ତ୍ତମୂଳକ ଜାମିନ ଦେଲେ ହାଇକୋର୍ଟ | News Room Odisha

ଠକେଇ ମାମଲାରେ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ସର୍ତ୍ତମୂଳକ ଜାମିନ ଦେଲେ ହାଇକୋର୍ଟ

ଭୁବନେଶ୍ୱର – ଏକ ଠକେଇ ମାମଲାରେ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ସର୍ତ୍ତମୂଳକ ଜାମିନ ଦେଇଛନ୍ତି ହାଇକୋର୍ଟ। ଅର୍ଦ୍ଧେନ୍ଦୁଙ୍କ ନାଁରେ କୋଟିଏ ଟଙ୍କାର ଠକେଇ ମାମଲା ରହିଛି। ଚଳିତ ବର୍ଷ ଜୁନ୍ ୨୯ ତାରିଖ ରାତିରେ ଅର୍ଦ୍ଧେନ୍ଦୁଙ୍କୁ ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅଞ୍ଚଳରୁ ଉଠାଇ ନେଇ ଜେରା କରିବା ପରେ ଗିରଫ କରିଥିଲା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା।

ଦିଲ୍ଲୀର ଜଣେ ବ୍ୟବସାୟୀ ଗଗନଦୀପ ଚାୱଲାଙ୍କଠାରୁ ଅର୍ଦ୍ଧେନ୍ଦୁ ନିଜ ଚ୍ୟାନେଲ ପାଇଁ ପ୍ରାୟ କୋଟିଏ ଟଙ୍କାର ଜିନିଷ କିଣିଥିଲେ। ମାତ୍ର ସେ ଏହି ଟଙ୍କା ଦେଇ ନ ଥିବା ନେଇ ବ୍ୟବସାୟୀ ଜଣକ ଅର୍ଥନୈତିକ ଅପରାଧ ଶାଖାରେ ଅଭିଯୋଗ କରିଥିଲେ।