ଆଜି ଏଏସଓ ପରୀକ୍ଷା | News Room Odisha

ଆଜି ଏଏସଓ ପରୀକ୍ଷା

ଭୁବନେଶ୍ୱର – ବନ୍ୟା ଯୋଗୁଁ ଘୁଞ୍ଚିଥିବା ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର – ଏଏସଓ ପରୀକ୍ଷା ଆଜି ହେଉଛି । ତିନିଟି ସିଟିଂରେ ପରୀକ୍ଷା ହେବ। ପ୍ରଥମ ସିଟିଂ ସକାଳ ୯ରୁ ସାଢ଼େ ୧୦ଟା, ଦ୍ୱିତୀୟ ସିଟିଂ ସାଢ଼େ ୧୧ଟାରୁ ଦିନ ଗୋଟାଏ, ତୃତୀୟ ସିଟିଂ ଅପରାହ୍ନ ୨ଟାରୁ ୪ଟା ୩୦ ପର୍ଯ୍ୟନ୍ତ ହେବ। ଭିନ୍ନକ୍ଷମ ପ୍ରାର୍ଥୀଙ୍କ ପାଇଁ ପରୀକ୍ଷା ସମୟ ଟିକେ ଅଧିକ ରଖାଯାଇଛି। ସେମାନେ ପ୍ରତି ସିଟିଂରେ ଅଧ ଘଣ୍ଟାଏ ଲେଖାଏଁ ଅଧିକ ସମୟ ପାଇବେ।

ମୋଟ ୭୬୯ଟି ଏଏସଓ ପଦବୀରେ ନିଯୁକ୍ତି ପାଇଁ ଏହି ପରୀକ୍ଷା ହେଉଛି। ପୂର୍ବରୁ ଅଗଷ୍ଟ ୨୧ ତାରିଖରେ ଏଏସ୍‌ଓ ପରୀକ୍ଷା ନିମନ୍ତେ ଦିନ ଧାର୍ଯ୍ୟ କରାଯାଇଥିଲା । ମାତ୍ର ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ଏହାକୁ ଘୁଞ୍ଚାଇ ଦିଆଯାଇଥିଲା। ଲିଖିତ ପରୀକ୍ଷା ଦେବାକୁ ଆଶାୟୀ ଥିବା ବହୁ ଛାତ୍ରଛାତ୍ରୀ ବନ୍ୟା ଘେରରେ ଥିବାରୁ ସେମାନଙ୍କ ସୁବିଧା ପାଇଁ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିଲା ।