ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତରେ ୩ ମୃତ

ରାଇରଙ୍ଗପୁର – ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ବହଳଦା ଥାନାର ନିମାଡ଼ିହାରେ ଜଣେ ମହିଳା ଓ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ତିରିଂ ଥାନା ବାରୁଡ଼ିହି ଗ୍ରାମରେ ଜଣେ ଯୁବକ ପ୍ରାଣ ହରାଇଛନ୍ତି ।

ସୂଚନା ଅନୁସାରେ ବହଳଦା ଥାନା ନିମଡ଼ିହି ଗ୍ରାମର ଗୋପୀ ମୁଣ୍ଡାଙ୍କ ସ୍ତ୍ରୀ ରାଣୀ ମୁଣ୍ଡା ଓ ଝିଅ ପାନ ମୁଣ୍ଡା ପୋଖରୀକୁ ଗାଧୋଇବାକୁ ଯାଉଥିବା ସମୟରେ ବର୍ଷା ହେବାରୁ ଗଛ ମୂଳରେ ଛିଡା ହୋଇଥିଲେ। ତେବେ ବଜ୍ରପାତ ଘଟିବାରୁ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା । ସେହି ବାଟ ଦେଇ ଯାଉଥିବା ଗୋପୀ ମୁଣ୍ଡାଙ୍କ ଝିଅ ଲେଚେ ମୁଣ୍ଡା ବଜ୍ରପାତର ପ୍ରଭାଵରେ ସଂଜ୍ଞାହୀନ ହୋଇଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ବହଳଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେହିପରି ତିରିଂ ଥାନା ବାରୁଡ଼ିହି ଗ୍ରାମର କାଣ୍ଡେ ପୂର୍ତ୍ତିଙ୍କ ପୁଅ ଶ୍ୟାମ ଚରମ ପୂର୍ତ୍ତି ବଜ୍ରପାତରେ ପ୍ରାଣ ହରାଇଛନ୍ତି।

Comments are closed.