ଲୋକଙ୍କ ହୃଦୟର ସମ୍ରାଟଙ୍କୁ ମିଳିବ ଲାଇଫଟାଇମ ଆଚିଭମେଣ୍ଟ ଆୱାର୍ଡ

ଭୁବନେଶ୍ବର -ନିର୍ମଳ ଭାବମୂର୍ତ୍ତି ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନବୀନ ପଟ୍ଟନାୟକଙ୍କୁ ମିଳିବ ଆଉ ଏକ ସମ୍ମାନ । ଉଲ୍ଲେଖନୀୟ ନେତୃତ୍ୱ ପାଇଁ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିବ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ । ଉଲ୍ଲେଖନୀୟ ନେତୃତ୍ବ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। କ୍ଯାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଏହି ସମ୍ମାନ ମିିଳିବ। ସେପ୍ଟେମ୍ବର ୪ରେ ମୁଖ୍ୟମନ୍ତ୍ରୀଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଏନ.ଭି ରମନ୍ନା ଏହି ସମ୍ମାନ ପ୍ରଦାନ କରିବେ। ସମ୍ମାନ ପ୍ରଦାନ ଉତ୍ସବରେ ଜଷ୍ଟିସ ଏ.କେ ପଟ୍ଟନାୟ ଉପସ୍ଥିତ ରହିବେ। ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟରରେ ଏହି କାର୍ଯ୍ଯକ୍ରମ ଆୟୋଜିତ ହେବ।

Comments are closed.