ଆଜି ଓ ଆସନ୍ତାକାଲି ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର – ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ବୁଧବାର କିଛି ସ୍ଥାନରେ ବର୍ଷା ହୋଇଥିଲା । ମୟୂରଭଞ୍ଜ ଜିଲ୍ଲାର ନୱାନାରେ ୫୨.୬, ମାଲକାନଗିରି ମାଥିଲିରେ ୪୨, କୋରାପୁଟ କୋଟପାଡରେ ୧୩ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

Comments are closed.