ଆଜିଠାରୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ୱର – କିଛି ଦିନର ବିରତି ପରେ ପୁଣି ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ଆଜିଠୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବା ନେଇ ଭୁବନେଶ୍ୱର ଆଞ୍ଚଳି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୨୪ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୪ରୁ ୫ଦିନ ଯାଏଁ ରାଜ୍ୟର ବର୍ଷା ଜାରି ରହିବ ବୋଲି କହିଛି ପାଣିପାଗ କେନ୍ଦ୍ର । ଏଥିସହିତ କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.