ଆସନ୍ତା ୭ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ: ଲଘୁଚାପ ପ୍ରଭାବରେ ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର – ଆସନ୍ତା ୭ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଏବଂ ଏହାର ପ୍ରଭାବରେ ୯ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ଏହି ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଆଦି ୨୫ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Comments are closed.