କାଲି ଫେରିବେ ନବୀନ: ବିଶାଳ ସ୍ୱାଗତ ସମ୍ବର୍ଦ୍ଧନା ପାଇଁ ପ୍ରସ୍ତୁତି

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ ଶେଷ କରି ଆସନ୍ତାକାଲି ପୂର୍ବାହ୍ନରେ ଭୁବନେଶ୍ବର ଫେରିବେ। ଜନସେବା ଓ ବଳିଷ୍ଠ ନେତୃତ୍ବ ପାଇଁ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ପାଇଁ ବିଜେଡି ପକ୍ଷରୁ ଏକ ବିଶାଳ ସ୍ବାଗତ ଶୋଭାଯାତ୍ରାର ଆୟୋଜନ କରାଯାଉଛି। ଦଳୀୟ ସାଂସଦ, ବିଧାୟକ ଓ ସବୁ ଛାମୁଆ ସଂଗଠନର କର୍ମକର୍ତ୍ତାମାନେ ଏଥିପାଇଁ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି। ସୂଚନା ଅନୁସାରେ ଏକ ବିରାଟ ପଟୁଆରରେ ବିମାନବନ୍ଦରରୁ ନବୀନ ନିବାସ ଯାଏ ମୁଖ୍ୟମନ୍ତ୍ରୀଙ୍କୁ ହଜାର ହଜାର ଦଳୀୟ କର୍ମୀ ପାଛୋଟି ନେବେ। ଏହି ସ୍ୱାଗତ ଶୋଭାଯାତ୍ରା ପାଇଁ କମିସନରେଟ ପୈଲିସ ପକ୍ଷରୁ ମଧ୍ୟ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି | ସବୁ ଛକରେ ପୋଲିସ ଫୋର୍ସ ମୁତୟନ ହେବେ |ପାର୍କିଂ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ଓ ଅନ୍ୟ ଯାତ୍ରୀଙ୍କ ଯିବା ଆସିବାରେ ଯେଭଳି କୌଣସି ଅସୁବିଧା ନ ହେବ ସେନେଇ ମଧ୍ୟ ବ୍ୟବସ୍ଥା କରାଯାଇଛି | ୧ ଘଣ୍ଟାର କାର୍ଯ୍ୟକ୍ରମ ଥିବାବେଳେ ୩୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ | ୧୦୦ ରୁ ଅଧିକ ବରିଷ୍ଠ ପୋଲିସ ଅଧିକାରୀ ସୁରକ୍ଷା ଉପରେ ନଜର ରଖିବେ |

Comments are closed.