ସାହିତ୍ୟିକ ଓ ବୈଜ୍ଞାନିକ ଡକ୍ଟର ଗୁରୁପ୍ରସାଦ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ | News Room Odisha

ସାହିତ୍ୟିକ ଓ ବୈଜ୍ଞାନିକ ଡକ୍ଟର ଗୁରୁପ୍ରସାଦ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର – ବିଶିଷ୍ଟ ସାହିତ୍ୟିକ, ଉତ୍କଳ ସମ୍ମିଳନୀର ପୂର୍ବତନ ସଭାପତି ତଥା ବୈଜ୍ଞାନିକ ଡକ୍ଟର ଗୁରୁପ୍ରସାଦ ମହାନ୍ତିଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ସାହିତ୍ୟର ପ୍ରସାର ତଥା ବିଜ୍ଞାନ ଗବେଷଣା କ୍ଷେତ୍ରରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।