୧୪ରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ : ପ୍ରମୁଖ ଶିଳ୍ପପତିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ୱାନ୍ ଟୁ ୱାନ୍ ଆଲୋଚନା କାର୍ଯ୍ୟକ୍ରମ

ଭୁବନେଶ୍ବର – ଚଳିତ ମାସ ୧୪ ତାରିଖରେ ମୁମ୍ବାଇରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍’ ଆୟୋଜିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗ ଦେବେ। ମୁମ୍ବାଇ ମିଟରେ ଦେଶର ବିଶିଷ୍ଟ ଶିଳ୍ପପତିମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାରେ ପୁଞ୍ଜିନିବେଶ କରିବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅନୁରୋଧ କରିବେ ବୋଲି ସୂଚନା ଦେଇଛନ୍ତି ଶିଳ୍ପମନ୍ତ୍ରୀ ପ୍ରତାପ ଦେବ।

ସେ କହିଛନ୍ତି, ମୁମ୍ବାଇରେ ବଡ଼ ବଡ଼ ଶିଳ୍ପପତିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କର ୱାନ୍ ଟୁ ୱାନ୍ ଆଲୋଚନା କାର୍ଯ୍ୟକ୍ରମ ରହିଛି। ମୁମ୍ବାଇ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍’ରେ ଓଡ଼ିଶାରେ ବିଭିନ୍ନ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ କଣ ସୁଯୋଗ ରହିଛି ତାହା ଉପରେ ରାଜ୍ୟ ସରକାର ଉପସ୍ଥାପିତ କରିବେ। ମେକ ଇନ ଓଡ଼ିଶା କନକ୍ଲେଭର ତୃତୀୟ ସଂସ୍କରଣ ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ମୁମ୍ବାଇ ପରେ ବେଙ୍ଗାଳୁରୁରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍’ ହେବ । ଏଥିଲାଗି ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନିଦିନିଆ ମୁମ୍ବାଇ ଗସ୍ତରେ ଯିବେ। ସେପ୍ଟେମ୍ବର ୧୪ରେ ମୁମ୍ବାଇର ଟ୍ରାଇଡେଣ୍ଟ୍ ହୋଟେଲରେ ଆୟୋଜନ ହେବାକୁ ଥିବା ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍’ରେ ମୁଖ୍ୟମନ୍ତ୍ରୀ ଯୋଗଦେବେ।

ଏ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ହେବାକୁ ଥିବା ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଦେଶର ବଡ଼ ବଡ଼ ଉଦ୍ୟୋଗୀଙ୍କ ସମେତ ବିଦେଶର ବହୁ ନାମୀଦାମୀ ସଂସ୍ଥା ଭାଗ ନେବେ ।

Comments are closed.