ଶ୍ରୀମନ୍ଦିରରେ ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ଅପରାହ୍ନ ୫ରୁ ରାତି ୯ ଦର୍ଶନ ବନ୍ଦ | News Room Odisha

ଶ୍ରୀମନ୍ଦିରରେ ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ଅପରାହ୍ନ ୫ରୁ ରାତି ୯ ଦର୍ଶନ ବନ୍ଦ

ପୁରୀ – ଶ୍ରୀମନ୍ଦିରରେ ଆଜି  ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଅଶ୍ୱିନ-କୃଷ୍ଣ ଚତୁର୍ଥୀ ତିଥିରେ ଅନୁଷ୍ଠିତ ହେବାକୁ ଥିବା ବନକଲାଗି ନୀତି ପାଇଁ ଆଜି ଅପରାହ୍ନ ୫ରୁ ୯ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।