ଦୁଇ- ତିନିଦିନ ବିଶେଷ ବର୍ଷା ସମ୍ଭାବନା ନାହିଁ, ବଢିବ ଦିନ ତାପମାତ୍ରା

ଭୁବନେଶ୍ବର – ଆଗାମୀ ୨ରୁ ୩ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷା ହେବା ସମ୍ଭାବନା ନାହିଁ । ତେଣୁ ଦିନ ତାପମାତ୍ରାରେ ବୃଦ୍ଧି ହେବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଉପକୂଳ ଓଡ଼ିଶା ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବାର ଚେତାବନୀ ମଧ୍ୟ ଜାରି କରାଯାଇଛି।

୧୭ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ଏବଂ ୧୮ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ। ମୌସୁମୀ ଏବେ ଦୁର୍ବଳ ରହିଥିବାରୁ ଅଧିକ ବର୍ଷା ହେବାର ସମ୍ଭାବନା ନାହିଁ।

Comments are closed.