ଆସନ୍ତା ୨୦ ବେଳକୁ ଆଉ ଏକ ଲଘୁଚାପ, ୧୮ରୁ ରାଜ୍ୟରେ ପୁଣି ବର୍ଷା | News Room Odisha

ଆସନ୍ତା ୨୦ ବେଳକୁ ଆଉ ଏକ ଲଘୁଚାପ, ୧୮ରୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ୱର – ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଏହି ମାସ ୧୮ ତାରିଖରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୮ତାରିଖରେ ଦକ୍ଷିଣ ଓଡ଼ିଶା ଓ ୧୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଟୁଇଟ କରି ସୂଚନା ଦେଇଛି ।