ବଦଳିବ ପାଗ, ରାଜ୍ୟରେ କାଲିଠୁ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ବର – ଏବେ ରାଜ୍ୟରେ ନିଷ୍କ୍ରିୟ ରହିଛି ମୈ।ସୁମୀ । ଏହାର ପ୍ରଭାବରେ ରାଜ୍ୟରେ ଗତ କିଛି ଦିନ ହେବ ତାପମାତ୍ରା ବୃଦ୍ଧି ପାଇଛି। ବାୟୁମଣ୍ଡଳର ଉଚ୍ଚ ଆର୍ଦ୍ରତା ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ପ୍ରବଳ ଗୁଳୁଗୁଳି ମଧ୍ୟ ଅନୁଭୂତ ହେଉଛି। ତେବେ, ଆସନ୍ତାକାଲିଠାରୁ ପାଖରେ ପରିବର୍ତ୍ତନ ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରିଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ସେହି ଅଞ୍ଚଳରେ ଏକ ଲଘୁଚାପବଳୟ ସୃଷ୍ଟିହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ପାଣିପାଗ ବିଭାଗ ସୂଚନା ଦେଇଛି ଯେ,ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୮ ଓ ୧୯ ତାରିଖରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ ଓ ୨୦ ତାରିଖରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

୧୮ ତାରିଖରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷିବ। ୧୯ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୨୦ ତାରିଖରୁ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ।

Comments are closed.