୧୬୦ ଜନଜାତିଙ୍କୁ ଅନୁସୂଚିତ ଜନଜାତି ତାଲିକାଭୁକ୍ତ ପାଇଁ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ରାଜ୍ୟର ୧୬୦ରୁ ଅଧିକ ଜନଜାତିଙ୍କୁ ଅନୁସୂଚିତ ଜନଜାତି ତାଲିକାରେ ସାମିଲ କରିବା ପ୍ରସ୍ତାବ କାର୍ଯ୍ୟକାରୀ କରାଯାଉନି । କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରାଳୟର ଏକ ଟାସ୍କଫୋର୍ସ ରାଜ୍ୟର ୯ଟି ପ୍ରସ୍ତାବକୁ ଅଗ୍ରାଧିକାର ଭିତ୍ତିରେ ଅନୁସୂଚିତ ଜନଜାତି ତାଲିକାଭୁକ୍ତ କରିବାକୁ ପ୍ରସ୍ତାବ ଦେଇଥିଲେ । କିନ୍ତୁ ସେହିସବୁ ଜନଜାତି ଏପର୍ଯ୍ୟନ୍ତ ତାଲିକାଭୁକ୍ତ ହୋଇ ନଥିବାରୁ ଉଦବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ ଚିଠି ଲେଖି ରାଜ୍ୟର ପ୍ରସ୍ତାବ ଉପରେ ବିଚାର କରିବାକୁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଦୀର୍ଘ ଦିନରୁ ରାଜ୍ୟ ସରକାର ଦାବି କରିଆସୁଥିଲେ ମଧ୍ୟ ଜନଜାତି ଲୋକମାନେ ତାଲିକାଭୁକ୍ତ ହୋଇ ପାରୁନଥିବାରୁ ସେମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସୁବିଧା ସୁଯୋଗ ମିଳିପାରୁନାହିଁ । ସେମାନେ ଅନ୍ୟାୟର ଶିକାର ହେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.