୨୪ ଘଣ୍ଟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ: ୨୨ ଯାଏଁ ପ୍ରବଳ ବର୍ଷା, ଆଜି ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର – ଘନୀଭୁତ ହେଉଛି ଘୂର୍ଣ୍ଣିବଳୟ । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜିଠୁ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ । ଏଥିପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

ଆସନ୍ତାକାଲି ପାଇଁ ୬ଜିଲ୍ଲାକୁ ଅରେଞ୍ଜ, ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। କଳାହାଣ୍ଡି, କନ୍ଧମାଳ, ଗଜପତି ଏବଂ ପୁରୀରେ ୭୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ଏବଂ ଝଟକା ପବନର ବେଗ ଘଣ୍ଟାପ୍ରତି ୬୦କିଲୋମିଟର ରହିବ । ସମୁଦ୍ର ଅଶାନ୍ତ ରହିବା ସହ ଉଚ୍ଚ ଜୁଆର ଆସିବ । ଏଥିପାଇଁ ମତ୍ସଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଆସନ୍ତା ସପ୍ତାହରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଯାହାର ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି ।

Comments are closed.