ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, କାଲି ଲଘୁଚାପରେ ହେବ ପରିଣତ, ଆଜି ୪ଟି ଜିଲ୍ଲାକୁ ଅରେଞ୍ଜ ୱର୍ଣ୍ଣିଂ

ଭୁବନେଶ୍ୱର – ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଓଡିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏଥିଯୋଗୁଁ ଗତକାଲିଠୁ ଲାଗି ରହିଥିବା ବର୍ଷାର ପରିମାଣ ଆହୁରି ବଢ଼ିବ ବୋଲି ଜଣାଯାଇଛି।
ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିମି ଯାଏ ବ୍ୟାପିଛି। ଆସନ୍ତାକାଲି ତାହା ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ । ଘୂର୍ଣ୍ଣିବଳୟ ପ୍ରଭାବରେ ଗତକାଲିଠୁ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି।

ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୨୧ ଯାଏଁ ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Comments are closed.