ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ପ୍ରତିଷ୍ଠା ଦିବସ : ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନ ପାଇଁ ଭିତ୍ତି ପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ, 'ବଜ୍ର' ଯୋଜନାର ଶୁଭାରମ୍ଭ | News Room Odisha

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ପ୍ରତିଷ୍ଠା ଦିବସ : ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନ ପାଇଁ ଭିତ୍ତି ପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ, ‘ବଜ୍ର’ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ସାମନ୍ତ ବିହାର ଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି।

ଏହି ପ୍ରଶିକ୍ଷଣ କେନ୍ଦ୍ର ପାଇଁ ୨୫ କୋଟି ଟଙ୍କା ବିନିଯୋଗ ହେବ। ଏଥିରେ ୩୦୦ ଶିକ୍ଷକଙ୍କ ଟ୍ରେନିଂ ପାଇଁ auditorium, ୧୦୦ ଜଣ ଶିକ୍ଷକଙ୍କ ରହିବା ପାଇଁ ବ୍ୟବସ୍ଥା ସହିତ ୧୦ ଟି କର୍ମଶାଳା କେନ୍ଦ୍ର ନିର୍ମାଣ କରାଯିବ।

ଶିକ୍ଷକ ମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ବଜ୍ର ଯୋଜନାର ଶୁଭାରମ୍ଭ ମଧ୍ୟ କରିଥିଲେ। ଏହି ଯୋଜନାରେ ଶିକ୍ଷକ ମାନେ ଶିକ୍ଷକ ମାନେ ସେମାନଙ୍କର ଦିନକର ଦରମା ଏହି କଲ୍ୟାଣ ପାଣ୍ଠିକୁ ଦାନ କରିବେ ଏବଂ ଏହି ପାଣ୍ଠିରୁ ସେମାନଙ୍କ ବିଭିନ୍ନ ଆର୍ଥିକ ସମସ୍ୟା ସମୟରେ ସହାୟତା ଯୋଗାଇ ଦିଆଯିବ।

ଏହି ଅବସରରେ ୫ଟି ଶ୍ରେଷ୍ଠ ଆଦର୍ଶ ବିଦ୍ୟାଳୟ, ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ୫ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା (ଶିକ୍ଷା)  ଉପେନ୍ଦ୍ର ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି)  ଭି କେ ପାଣ୍ଡିଆନ, ବିଭାଗୀୟ ସଚିବ  ଅଶ୍ଵଥୀ ଏସ., OAV ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।