୩୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର | News Room Odisha

୩୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୧୬ଟି ବିଭାଗର ୩୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ପଞ୍ଚାୟତିରାଜ ଓ ପାନୀୟଜଳ, ଅର୍ଥ, ସାଧାରଣ ପ୍ରଶାସନ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ବୈଠକରେ ମଞ୍ଜୁରୀ ମିଳିଛି ।