କ୍ୟାବିନେଟ ବୈଠକ: ରାଜ୍ୟସ୍ତରୀୟ କ୍ରୀଡା ଭିତ୍ତିଭୂମି ବିକାଶ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ରାଜ୍ୟସ୍ତରୀୟ କ୍ରୀଡା ଭିତ୍ତିଭୂମି ବିକାଶ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । କଳିଙ୍ଗ ହକି ଷ୍ଟାଡିୟମ ଓ ବିର୍ସା ମୁଣ୍ଡା ଷ୍ଟାଡିୟମର ଭିତ୍ତିଭୂମି ବିକାଶ ହେବ । ବିଶ୍ୱକପ ହକି ପାଇଁ ଭିତ୍ତିଭୂମି ବିକାଶ ବଜେଟ ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ଏଥିସହ ୮୭୫ କୋଟିର ସଂଶୋଧିତ ପ୍ରକଳ୍ପ ମୂଲ୍ୟକୁ ମିଳିଛି ମଞ୍ଜୁରୀ ।

Comments are closed.