୪୦ଟି ଉଠା ଜଳସେଚନ ପ୍ରକଳ୍ପ ଟେଣ୍ଡରକୁ କ୍ୟାବିନେଟର ଅନୁମୋଦନ

ଭୁବନେଶ୍ୱର – ବିଭିନ୍ନ ଜିଲ୍ଲାରେ ମୋଟ ୪୦ଟି ଉଠା ଜଳସେଚନ ପ୍ରକଳ୍ପ ଟେଣ୍ଡରକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି । କେନ୍ଦୁଝର ଜିଲ୍ଲାରେ ୧୪ଟି ମେଗା ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟ ପାଇଁ ୫୧୧କୋଟି ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ଏହି ପ୍ରକଳ୍ପ ଦ୍ୱାରା କେନ୍ଦୁଝର ଜିଲ୍ଲାର ୧୭ହଜାର ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିବା ସହ ଜିଲ୍ଲାରେ ପାନୀୟ ଜଳ ଯୋଗାଣ ମଧ୍ୟ ସମ୍ଭବପର ହେବ । ବିଭିନ୍ନ ଜିଲ୍ଲାରେ ମୋଟ ୪୦ଟି ଉଠା ଜଳସେଚନ ପ୍ରକଳ୍ପ ଟେଣ୍ଡରକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି । କେନ୍ଦୁଝର ଜିଲ୍ଲାରେ ୧୪ଟି ମେଗା ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟ ପାଇଁ ୫୧୧କୋଟି ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ମଞ୍ଜୁରୀ ଦେଇଛନ୍ତି । ଏହି ପ୍ରକଳ୍ପ ଦ୍ୱାରା କେନ୍ଦୁଝର ଜିଲ୍ଲାର ୧୭ହଜାର ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିବା ସହ ଜିଲ୍ଲାରେ ପାନୀୟ ଜଳ ଯୋଗାଣ ମଧ୍ୟ ସମ୍ଭବପର ହେବ ।ବିଭିନ୍ନ ଜିଲ୍ଲାରେ ମୋଟ ୪୦ଟି ଉଠା ଜଳସେଚନ ପ୍ରକଳ୍ପ ଟେଣ୍ଡରକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି । କେନ୍ଦୁଝର ଜିଲ୍ଲାରେ ୧୪ଟି ମେଗା ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟ ପାଇଁ ୫୧୧କୋଟି ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ମଞ୍ଜୁରୀ ଦେଇଛନ୍ତି । ଏହି ପ୍ରକଳ୍ପ ଦ୍ୱାରା କେନ୍ଦୁଝର ଜିଲ୍ଲାର ୧୭ହଜାର ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିବା ସହ ଜିଲ୍ଲାରେ ପାନୀୟ ଜଳ ଯୋଗାଣ ମଧ୍ୟ ସମ୍ଭବପର ହେବ ।

କଟକ ଓ ଅନୁଗୁଳ ଜିଲ୍ଲାରେ ୪୩୧ କୋଟି ଟଙ୍କାର ୯ଟି ମେଗା ଉଠାଜଳସେଚନ ପ୍ରକଳ୍ପ ଦ୍ୱାରା ୧୪୩୩୦ ହେକ୍ଟର ଜମିକୁ ଜଳସେଚନ ସୁବିଧା, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ୩୬୬କୋଟି ଟଙ୍କାର ୯ଟି ମେଗା ଉଠାଜଳସେଚନ ପ୍ରକଳ୍ପରେ ୧୨୯୧୪ ହେକ୍ଟର ଜମିକୁ ଜଳସେଚନ, ପାର୍ବତୀଗିରି ଉଠା ଜଳସେଚନ ପ୍ରକଳ୍ପର ୧୮ନମ୍ବର କ୍ଲଷ୍ଟର ଅନ୍ତର୍ଗତ କଳାହାଣ୍ଡି, ବଲାଙ୍ଗିର, ବରଗଡ଼ ଓ ଗଜପତି ଜିଲ୍ଲାରେ ୧୩୫୪୭ ହେକ୍ଟର ଜମିକୁ ଜଳସେଚନ ସୁବିଧା ନିମନ୍ତେ ୪୩୦କୋଟି ଟଙ୍କା ବ୍ୟୟରେ ଉଠାଜଳସେଚନ ପ୍ରକଳ୍ପ ଟେଣ୍ଡରକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି । ବଲାଙ୍ଗିର ଲୋଏର ସୁକତେଲ ବାମ କେନାଲରେ ଅଣ୍ଡରଗ୍ରାଉଣ୍ଡ ପାଇପ୍ ମାଧ୍ୟମରେ ୧୩ହଜାର ହେକ୍ଟର ଜମିକୁ ଜଳସେଚନ ନିମନ୍ତେ ୬୩୪କୋଟି ଟଙ୍କାର ଟେଣ୍ଡରକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି ।

ଯାଜପୁର ଜିଲ୍ଲାର କୋଚଳୀ ନଦୀ ଓ ବୈତରଣୀ ନଦୀରେ ୨ଟି ବ୍ୟାରେଜ୍ ନିର୍ମାଣ ପାଇଁ ୨୦୦ କୋଟି ଟଙ୍କାର ଟେଣ୍ଡରକୁ ମଧ୍ୟ କ୍ୟାବିନେଟ ଅନୁମୋଦନ ଲାଭ କରିଛି । ଏଥିଯୋଗୁ ଧାମନଗର ଓ ଦଶରଥପୁର ବ୍ଲକରେ ବନ୍ୟା ସମସ୍ୟା ଓ ଜଳ ସମସ୍ୟା ଦୂର କରାଯାଇପାରିବ ।

Comments are closed.