ଆସନ୍ତା ୨୪ ଘଣ୍ଟାରେ ୧୬ଟି ଜିଲ୍ଲା ପାଇଁ କାଳବୈଶାଖୀ ଚେତାବନୀ, ୨୭ରୁ ପୁଣି ବର୍ଷା

ଭୁବନେଶ୍ୱର – ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

୨୪ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବିଜୁଳି ଘଡଘଡିର ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଏଣେ ୨୭ରୁ ପୁଣି ବର୍ଷାର ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରାଯାଇଛି।

Comments are closed.