ଭୁବନେଶ୍ୱର – ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଭୁବନେଶ୍ୱର ଏବଂ କଟକ ସମେତ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଖୋର୍ଦ୍ଧା, କଟକ, ପୁରୀ ଏବଂ ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇଛି। ତେବେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ ଅନୁଯାୟୀ ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଯାଜପୁର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାବେଳେ ରାଜ୍ୟର ଅନ୍ୟ ସମସ୍ତ ଅଞ୍ଚଳରେ ପାଗ ଶୁଖିଲା ରହିବ। ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ଓ ୨୭ ତାରିଖ ବେଳକୁ ବର୍ଷାର ପରିମାଣ ବଢ଼଼ିବ ବୋଲି ପୂର୍ବାନୁମାନ କରାଯାଇଛି।
ଅନ୍ୟପଟେ ଅକ୍ଟୋବର ପ୍ରଥମ ସପ୍ତାହରେ ଏକ ଘୂର୍ଣ୍ଣିବଳୟ ସମ୍ଭାବନା ଅଛି । ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ । ଯଦି ଏମିତି ହେବ, ତେବେ ବର୍ଷାରେ ଭିଜିପାରେ ଦଶହରା ।
Comments are closed.