ରାଜ୍ୟରେ ଆଉ ୧୬୭ କୋରୋନା ପଜିଟିଭ ଚିହ୍ନଟ | News Room Odisha

ରାଜ୍ୟରେ ଆଉ ୧୬୭ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଆଉ ୧୬୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୬୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨୨ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସ୍କ ।

ବାଲେଶ୍ଵରରୁ ୧, ବରଗଡରୁ ୧,ଭଦ୍ରକରୁ ୧, ବଲାଙ୍ଗୀରରୁ ୭, ବୈ।ଦ୍ଧରୁ ୬, କଟକରୁ ୪୦, ଦେବଗଡରୁ ୨, ଗଜପତିରୁ ୫, ଗଞ୍ଜାମରୁ ୫, ଜଗତସିଂହପୁରରୁ ୨, ଯାଜପୁରରୁ ୪, କଳାହାଣ୍ଡିରୁ ୪, କନ୍ଧମାଳରୁ ୭, ଖୋର୍ଦ୍ଧାରୁ ୧୯, କୋରାପୁଟରୁ ୨, ମୟୂରଭଞ୍ଜରୁ ୭, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୨, ନୂଆପଡ଼ାରୁ ୫, ପୁରୀରୁ ୧୪, ସମ୍ବଲପୁରରୁ ୯, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ ପୁଲରୁ ୪ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଏବେ ସକ୍ରିୟ ମାମଲା ୧ ହଜାର ୪୨୩ ରହିଛି।